
ଭିଡିଓ କନ୍ଫରେନ୍ସିଂ ଜରିଆରେ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍ଏସ୍) : ମୁଖ୍ୟମନ୍ତ୍ରୀ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ ଜିଲ୍ଲାର ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ ପ୍ଲାଣ୍ଟ ଓ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥାର ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦଘାଟନ କରିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି ପିଏସ୍ଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି ପିଏସ୍ଏ ପ୍ଲାଣ୍ଟ ଦ୍ବାରା ମିନିଟ୍ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦିତ ହୋଇପାରିବ ।