pakka

ବେଲପଡା ବ୍ଳକର ମୁନାପାଲି ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଶୁଭାରମ୍ଭ ସହ ୭ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ ସରୋଜ କୁମାର ମେହେର

bbehera

ପାଟଣାଗଡ, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକର ବିଭିନ୍ନ ଗ୍ରାମକୁ ବିଧାୟକ ସରୋଜ କୁମାର ମେହେର ଗତକାଲି ଗସ୍ତ କରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଶୁଭାରମ୍ଭ କରିଛନ୍ତି । ବେଲପଡା ବ୍ଳକର ମୁନାପାଲି ଗ୍ରାମର ଗ୍ରାମ୍ୟ ପାନୀୟଜଳ ଯୋଗାଣ ପ୍ରକଳ୍ପକୁ ବିଧାୟକ ଶ୍ରୀ ମେହେର ଶୁଭାରମ୍ଭ କରିବା ସଙ୍ଗେ ବ୍ଳକର ବିଭିନ୍ନ ଗ୍ରାମକୁ ଯାଇ ୭ ଗୋଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ଗ୍ରାମକୁ ଯାଇ ଲୋକଙ୍କ ଅସୁବିଧା ବୁଝିବା ସହ ଆଗାମୀ ଦିନରେ ଏହାର ସମାଧାନ ଯଥା ଶୀଘ୍ର କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ଶ୍ରୀ ମେହେରଙ୍କୁ ଗ୍ରାମବାସୀଙ୍କ ପକ୍ଷରୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ଗ୍ରାମଗୁଡିକରେ ଲାଗି ରହିଥିବା ଅନେକ ସାମୁହିକ ସମସ୍ୟା ବିଷୟରେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ଗ୍ରାମବାସୀ । ଏଥିରେ ବିଜେଡି ଦଳୀୟ କର୍ମୀଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

20 + 13 =

error: Content is protected !!