oom

ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବଲାଙ୍ଗିର ଜିଲ୍ଲାର ୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ଵାରା ଭିଡିଓ କାନଫରେନସିଂ ଜରିଆରେ ବଲାଙ୍ଗିର ଜିଲ୍ଲାର ୨ ଗୋଟି ପ୍ରକଳ୍ପର ଲୋକାର୍ପଣ ଓ ଗୋଟିଏ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ୧ କୋଟି ୮୮ ଲକ୍ଷ ୪୮ ହଜାର ୧୦୦ ଟଙ୍କା ବ୍ୟୟ ଅଟକଳରେ ବଲାଙ୍ଗିର ସହରରେ ନିର୍ମିତ କଲ୍ୟାଣ ମଣ୍ଡପ ଓ ୯୦ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଟିଟିଲାଗଡ ସହର ସ୍ଥିତ ଟିଟିଲାଗଡ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟର ଏକାଡେମିକ ଗୃହକୁ ଆଜି ମୁଖ୍ୟମନ୍ତ୍ରୀ ବଲାଙ୍ଗିର ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିଛନ୍ତି । ତତ୍‌ସହିତ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ ବଲାଙ୍ଗିର ସ୍ଥିତ ବିଜାଖମଣ ଠାରେ ୮ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁ ଥିବା ୫୦୦ ଆସନ ବିଶିଷ୍ଟ ପ୍ରେକ୍ଷାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଆଜି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ଓସ୍‌ୱାନ ଭିଡିଓ କନଫରେନସିଂ ହଲଠାରେ ଅନୁଷ୍ଠିତ ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଜିଲ୍ଲାପାଳ ଚଞ୍ଚଳ ରାଣା, ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଏନ୍‌.କେ.ଘଡାଇ, କଣ୍ଟାବାଞ୍ଜି ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ଅର୍ଜୁନ ବେହେରା, ବଲାଙ୍ଗିର ପୌର ପରିଷଦର ୱାର୍ଡ ନମ୍ବର ୧୮ର କାଉନ୍ସିଲର ଗଙ୍ଗାଧର ଚାନ୍ଦ, ପଶ୍ଚିମ ଓଡିଶା ବିକାଶ ପରିଷଦ ବଲାଙ୍ଗିର କାର୍ଯ୍ୟାଳୟର ଭାରପ୍ରାପ୍ତ ଅଧିକାରୀ ସଞ୍ଜୟ କୁମାର ଦୀପ ପ୍ରମୁଖ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.