om academy

୪ ଦିନ ଯାଏ ପ୍ରବଳ ବର୍ଷା : ସତର୍କ କଲା ପାଣିପାଗ ବିଭାଗ

jsm

ବଙ୍ଗୋପସାଗର : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଯୋଗୁଁ ୪ ଦିନ ଯାଏ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି । ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ସେହିପରି କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ବରଗଡ଼ରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେଣେ ବିଜୁଳି, ଘଡ଼ଘଡ଼ି ପ୍ରତି ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.