ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ଏବଂ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶିକ୍ଷା ଓ ଶିକ୍ଷାର୍ଥୀଙ୍କ ଭବିଷ୍ୟତ ଉପରେ ଗୁରୁତ୍ୱାରୋପ କରାଯାଇଥିଲା । ​ଉତ୍ସବରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାଧେଶ୍ୟାମ ମେହେର ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଜୀବନ ଗଠନ କରିବା ସହ ଉତ୍ତମ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ​ସୁଶାନ୍ତ କୁମାର ପଣ୍ଡା ପ୍ରଧାନ ଶିକ୍ଷକ, ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ଦୁବରାଜ ବେଶ୍ରା ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ,​ ପ୍ରଦୀପ କୁମାର ପ୍ରଧାନ ସଭାପତି ବିଦ୍ୟାଳୟ ପରିଚାଳନା କମିଟି ଓ ସିଆର୍‌ସିସି ରଞ୍ଜନ ବାଗ ଯୋଗଦାନ କରି କୃତି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ସହ ବିଦାୟୀ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଏହି ଅବସରରେ ବିଦ୍ୟାଳୟ ଛାଡି ଉଚ୍ଚ ଶିକ୍ଷା ପାଇଁ ଯାଉଥିବା ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ଉପହାର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ବାର୍ଷିକ ଉତ୍ସବ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ​ଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ​ଶେଷରେ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ପରିଚାଳନା କମିଟିର ସଦସ୍ୟମାନଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପାଦିତ ହୋଇଥିଲା ।

Leave A Reply

Your email address will not be published.