ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପକ୍ଷରୁ ବଲାଙ୍ଗିର ଏସ୍‌ପିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପକ୍ଷରୁ ବଲାଙ୍ଗିର ଏସ୍‌ପି ନିତିନ କୁଶଲକରଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ସୂଚନାଯୋଗ୍ୟ ଯେ, ଶ୍ରୀ କୁଶଲକରଙ୍କୁ ଅନ୍ୟତ୍ର ବଦଳି ହୋଇଥିବା ବେଳେ ତାଙ୍କ ସ୍ଥାନରେ ଋଷିକେଶ ଖିଲାରି ଯୋଗଦେବେ । ଏହି ପରିପ୍ରେକ୍ଷୀରେ ଆଜି ବିଙ୍ଗ ହ୍ୟୁମାନ ଫାଉଣ୍ଡେସନର ସୋମନାଥ ମିଶ୍ରଙ୍କ ସମେତ ଅନ୍ୟ ସଦସ୍ୟମାନେ ଶ୍ରୀ କୁଶଲକରଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହି ଶ୍ରୀ କୁଶଲକରଙ୍କୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ମାନପତ୍ର ଦେଇ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରିଛନ୍ତି ।

Leave A Reply

Your email address will not be published.

14 − ten =