ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ବିଜେପୁର ବ୍ଲକ ଅନ୍ତର୍ଗତ ଧୂମାପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେଶ କୁମାର ରାଉତରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅବସର ଗ୍ରହଣ କରୁଥିବା ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଏହା ସହିତ ତାଙ୍କୁ ପ୍ରୋଭିଜିନାଲ ପେନସନ୍ ପତ୍ର ମଧ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ମୁକୁନ୍ଦ ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାରୋହରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ପାଣ୍ଡେ ଓ ପୂର୍ଣ୍ଣଚନ୍ଦ୍ର ପଧାନ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ । ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ପ୍ରେମରାଜ ରଣା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ସହକାରୀ ଶିକ୍ଷକ ଦୁର୍ଲ୍ଲଭ ମେହେର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟଗଣ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

6 − four =