centurian jitm

ବିଧାନସଭା ପରିସରରେ ଓଏଏସ୍‌ ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

nschool

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀମାନେ ବିଧାନସଭା ଗ୍ରନ୍ଥାଗାର ,ଗବେଷଣା ବିଭାଗ ବୁଲି ଦେଖୁବା ସହ ବିଧାନ ସଭାର କାର୍ଯ୍ୟାବଳୀ ଓ କାର୍ଯ୍ୟଧାରା ସମ୍ପର୍କରେ ବିଶେଷ ଭାବେ ଅବଗତ ହୋଇଥିଲେ । ଏହି ଅବସରରେ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀମତୀ ମୋନାଲିସା ଲେଙ୍କା, ବିଧାନସଭାର ଯୁଗ୍ମ ସଚିବ ସତିଶ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.