ବିଧାୟକ ପାଣ୍ଠିରୁ ୭ ଗୋଟି ପ୍ରକଳ୍ପ ପାଇଁ କାର୍ଯ୍ୟାଦେଶ ବଣ୍ଟନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଭାଗୃହଠାରେ ଆଜି ବିଧାୟକ ପାଣ୍ଠିରୁ ବ୍ଲକର ବିଭିନ୍ନ ପଞ୍ଚାୟତର ୭ ଗୋଟି ପ୍ରକଳ୍ପର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସଂନ୍ତୋଷ ସିଂ ସାଲୁଜା, ସମ୍ମାନିତ ଅତିଥି ଭାବେ ଅଧ୍ୟକ୍ଷାଙ୍କ ପ୍ରତିନିଧି ଭୋଳନାଥ ବେହେରା, ଜିଲ୍ଲା ପରିଷଦ ସଦସ୍ୟ ଓମ ପ୍ରକାଶ କୁମ୍ଭାର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରା, ଠେମରା ପଞ୍ଚାୟତ ସରପଞ୍ଚ ଲକ୍ଷ୍ମୀକାନ୍ତ ବାଗ, ପୂର୍ବତନ ବଙ୍ଗୋମୁଣ୍ଡା ସରପଞ୍ଚ ସୁଶାନ୍ତ କୁମାର ଯୋଶୀ, ବରିଷ୍ଠ ନେତା ଦେବେନ୍ଦ୍ର ବହିଦାର ପ୍ରମୁଖ ଉପସ୍ଥିତ ଥିଲେ । ୭ଟି ପ୍ରକଳ୍ପ ନେଇ ସୂଚନା ଦିଆଯାଇଛି । ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ଓ ଜନ ପ୍ରତିନିଧିମାନେ ଉପସ୍ଥିତ ଥିଲେ । ଶୀଘ୍ର ଶୀଘ୍ର କାର୍ଯ୍ୟ କରିବା ପାଇଁ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ପରାମର୍ଶ ଦେଇଥିଲେ । ଏଥିରେ ବ୍ଲକର କର୍ମଚାରୀମାନେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.