ବିଜେଡ଼ି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ

ଭୁବନେଶ୍ୱର : ବିଜେଡି ଛାଡ଼ିଲେ ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ । ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଶ୍ରୀ ପାଣିଗ୍ରାହୀ । ବିଜେଡି ସଭାପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି । ଏନେଇ ଭିଡିଓ ବାର୍ତ୍ତାରେ ସେ ସୂଚନା ଦେଇଛନ୍ତି । ତାଙ୍କୁ ଏଥର ବିଜେଡି ଟିକେଟ ଦେଇ ନଥିଲା । ଚଳିତ ନିର୍ବାଚନରେ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କ ପରିବର୍ତ୍ତେ ବିଜେଡି ସୁବାସିନୀ ସାହୁଙ୍କୁ ସିମୁଳିଆ ଆସନ ପାଇଁ ଟିକେଟ ଦେଇଛି। ଏହାକୁ ଖୋଦ ଜ୍ୟୋତିପ୍ରକାଶଙ୍କ ସମେତ ତାଙ୍କ ସମର୍ଥକମାନେ ସହଜେ ଗ୍ରହଣ କରିପାରିନଥିଲେ । ସେଥି ପାଇଁ ଶ୍ରୀ ପାଣିଗ୍ରାହୀ ଆଜି ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା କହିଛନ୍ତି ।

Leave A Reply

Your email address will not be published.