ଲୋକଙ୍କ ନିକଟତର ହୋଇ କାମ କରିବାକୁ ନିର୍ଦ୍ଦେଶ ଦେଲେ ବିଧାୟକ କଳିକେଶ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପୂର୍ବାହ୍ନ ୧୧ଟା ସମୟରେ ବଲାଙ୍ଗିର ସର୍କିଟ ହାଉସ ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏହି ସମୀକ୍ଷା ବୈଠକ ବସିଥିଲା । ଏଥିରେ ବଲାଙ୍ଗିର ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁ, ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ଉପଜିଲ୍ଲାପାଳ ବିଜୟାନନ୍ଦ ସେଠୀଙ୍କ ସମେତ ଅନ୍ୟ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ବିଧାୟକ ସମସ୍ତ ଅଧିକାରୀଙ୍କ ସହିତ ଆଲୋଚନା କରି ଉନ୍ନୟନମୂଳକ କାର୍ଯ୍ୟ ସଂପର୍କରେ ପଚାରି ବୁଝିଥିଲେ । ସେହିଭଳି ଲୋକଙ୍କ ନିକଟତର ହୋଇ କାମ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ବଲାଙ୍ଗିର ଜିଲ୍ଲାର ଆଇନ ଶୃଙ୍ଖଳା ବ୍ୟବସ୍ଥା, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଜଳସେଚନ ଓ ଅନ୍ୟାନ୍ୟ କ୍ଷେତ୍ରରେ କେମିତି ଆହୁରି ଉନ୍ନତି ଆସିବ ସେନେଇ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିବା ଜଣାପଡିଛି ।

Leave A Reply

Your email address will not be published.