ବଙ୍ଗୋମୁଣ୍ଡା ବାଳିକା ହାଇସ୍କୁଲରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା : ସାମିଲ ହେଲେ କଣ୍ଟାବାଞ୍ଜି ବିଧାୟକ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ସରକାରୀ ବାଳିକା ହାଇସ୍କୁଲ ପରିସରରେ ହର୍‌ ଘର୍‌ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଯୋଗଦେଇ ଛାତ୍ରୀ ମାନଙ୍କୁ ଦେଶପ୍ରେମ ବିଷୟରେ ବୁଝାଇ ଥିଲେ । ଏହା ସହ ଏକ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ତ୍ରିରଙ୍ଗା ଶୋଭାଯାତ୍ରାରେ ବଙ୍ଗୋମୁଣ୍ଡା ଅଞ୍ଚଳର ବୁଦ୍ଧିଜୀବୀ, ଛାତ୍ରଛାତ୍ରୀ ତଥା ଜନସାଧାରଣ ଯୋଗ ଦେଇଥିବା ବେଳେ ସ୍କୁଲରୁ ଏକ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲେ । ୭୮ତମ ସ୍ୱାଧୀନତା ଦିବସ ପୂର୍ତ୍ତି ଅବସରରେ ପ୍ରତ୍ୟେକ ଘରେ ତ୍ରିରଙ୍ଗା ପତାକା ଲଗାଇବା ପାଇଁ ଅନୁରୋଧ କରିଛନ୍ତି କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.