pakka

ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ବିଧାୟକ ସରୋଜ

bbehera

ପାଟଣାଗଡ଼, (କେପିଏନ୍‌ଏସ୍‌) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଓ ସୁଧ ଫେରସ୍ତ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପାଟଣାଗଡ ବିଧାୟକ ସରୋଜ ମେହେର ପାଟଣାଗଡ ବ୍ଲକଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ ଏବଂ ପାଟଣାଗଡ ବ୍ଲକ ଅନ୍ତର୍ଗତ ପଣ୍ଡାମୁଣ୍ଡା ଗ୍ରାମଠାରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ । ପାଟଣାଗଡ ଏନ୍‌ଏସି ରାମପୁର ସ୍ଥିତ ଇଣ୍ଡୋର ଷ୍ଟାଡିଅମଠାରେ ଆୟୋଜିତ ବେଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରିଥିଲେ ।

Leave A Reply

Your email address will not be published.

18 + 18 =