ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳଗୌରବ ମଧୁସୂଦନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟ ସାମାଜିକ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ମଞ୍ଜୁଲତା ଦେହୁରୀଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା କାର୍ଯ୍ୟକ୍ରମ ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ସାମାଜିକ କାର୍ଯ୍ୟକ୍ରମରେ ସଂଯୋଜିକା ଅଧ୍ୟାପିକା ରୀତା ରାୟ ସ୍ୱାଗତ ଭାଷଣ ରଖିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀମାନେ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ବୈକୁଣ୍ଠ ଘାଟ ପରିସ୍କାର ପରିଚ୍ଛନ୍ନ କରିଥିଲେ । ତାହା ସହିତ ଛାତ୍ରଛାତ୍ରୀମାନେ ନିଶା ନିବାରଣ, ପ୍ଲାଷ୍ଟିକ ବର୍ଜନ ଇତ୍ୟାଦି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.