csstore

ମୁରିବାହାଲ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ସର୍ବପୁରାତନ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଗୁରୁବାର ବିଦ୍ୟାଳୟ ପରିସରରେ ଏକ ଭବ୍ୟ ସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ସୁନୀଲ କୁମାର ପାତ୍ରଙ୍କ ସଭାପତିତ୍ୱରେ ତଥା ସହକାରୀ ଶିକ୍ଷକ ହେମନ୍ତ କୁମାର ନାଗଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ମୁରିବାହାଲ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କୈଳାସ ଚନ୍ଦ୍ର ଭୋଇ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ । ମୁରିବାହାଲ ପଞ୍ଚାୟତି ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପୀତବାସ ସାହୁ ମୁଖ୍ୟବକ୍ତା ରୂପେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଚରିତ୍ର ଗଠନ ସମ୍ପର୍କରେ ବିସ୍ତୃତ ମତବ୍ୟକ୍ତ କରିଥିଲେ । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ କାନ୍ତାରାମ ଧରୁଆ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଅତିଥିମାନେ ଉଚ୍ଚ ବିଦ୍ୟାଳୟରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ପରେ ଛାତ୍ରଛାତ୍ରୀମାନେ ଦୀର୍ଘ ସମୟ ପର୍ଯ୍ୟନ୍ତ ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ କିଶୋର ଚନ୍ଦ୍ର ମହାନ୍ତି, ବିକ୍ରମ ପୁରୋହିତ, ମନୋଜ କୁମାର ସ୍ୱାଇଁ, ସୋମନାଥ ମାଝୀ, ଚନ୍ଦ୍ରଧ୍ୱଜ ଭୋଇ, ନୀତେଶ ତାଣ୍ଡି, କଳକାହ୍ନୁ ରଣା, ଶିଶିର କୁମାର ବୈଠାରୁ, ଶିକ୍ଷୟିତ୍ରୀ ରଶ୍ମିଲତା ପାତ୍ର, ଡି. ରିଚେଲ ନାଗ, ଦିପ୍ତିମୟୀ ଲେଙ୍କାଙ୍କ ସହ ନୀଳାମ୍ବର ରାଉତ, ସୁରେଶ ମହାକୁର ଓ ମନୋହର ଥାଟି ସହଯୋଗ କରିଥିଲେ । ମୁଖ୍ୟ କିରାଣୀ ପ୍ରଦୀପ ପୁଟେଲ ଧନ୍ୟବାଦ ଦେଇଥିଲେ ।

jayashree
Leave A Reply

Your email address will not be published.