oom

ଚିକିନିବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

jsmm

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ମାଳିଶିରା ପଞ୍ଚାୟତ ଚିକିନିବାହାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳଣା କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ରଞ୍ଜନ କୁମାର ସାହୁଙ୍କ ପ୍ରତ୍ୟେକ୍ଷ ତତ୍ଵାବଧାନରେ ତଥା ବରିଷ୍ଠ ଶିକ୍ଷକ ନିତ୍ୟାନନ୍ଦ ମହାକୁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମାଳିଶିରା ପଞ୍ଚାୟତ ସରପଞ୍ଚ ଦେବରାଜ ପାତ୍ର ମୁଖ୍ୟ ଅତିଥି, ସ୍ଥାନୀୟ ସିଆରସିସି ସୁଧୀର କୁମାର ନାଗ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ଖଜୁରପଡ଼ା ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁମିତ ନାଗ ମୁଖ୍ୟବକ୍ତା ରୂପେ ଯୋଗଦେଇଥିଲେ ।ଏହା ପରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଶିକ୍ଷୟିତ୍ରୀ ସୁଭସ୍ମିତା ମିଶ୍ର ଓ ଶିକ୍ଷକ ପ୍ରଦୀପ କୁମାର ମିଶ୍ରଙ୍କ ପରିଚାଳନାରେ ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏଥିରେ ସ୍କୁଲ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା, ଛାତ୍ରଛାତ୍ରୀ ଓ ଗ୍ରାମବାସୀବୃନ୍ଦ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.