ତୁଷୁରା କ୍ଲଷ୍ଟର ତରଫରୁ ବୁରୋମାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନଙ୍କୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟର ଅଧିନସ୍ଥ ବୁରୋମାଳ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନଙ୍କୁ ତୁଷୁରା କ୍ଲଷ୍ଟର ତରଫରୁ ସେବା ନିବୃତ୍ତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ସିଆର୍‌ସିସି ଜଗମୋହନ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ବିପିନ ବାଗ, ପୂର୍ବତନ ଏସ୍.ଆଇ. ଭକ୍ତ ରଞ୍ଜନ ଭୋଇ ଓ ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଦୁଷ୍ମନ୍ତ କୁମୁରା ଯୋଗ ଦେଇଥିଲେ । ତୁଷୁରା ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶ ସଭା ସଂଞ୍ଚାଳନ କରିଥିଲେ ଓ ଅନ୍ତର୍ଯ୍ୟାମୀ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ପ୍ରଧାନ ଶିକ୍ଷକ ପ୍ରମୋଦ ନାଏକ, ଦୁତିଆ ସେଠ, ମନ୍ମଥ ରାଜହଂସ, ଚନ୍ଦ୍ରଧ୍ୱଜ ମେହେର, ଭାନୁମତି ଛତ୍ରିଆ, ଗୀତାଞ୍ଜଳି ପ୍ରଧାନ, ବିଦ୍ୟତ ଲତା ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ତଥା କ୍ଲଷ୍ଟର ତରଫରୁ ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରଧାନଙ୍କୁ ଉଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ।

jittmm
Leave A Reply

Your email address will not be published.