ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ଘର ହିଁ ବିଦ୍ୟାଳୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାବାଜୀ ସାହୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ତେଜେଶ୍ଵର ଦାସ ମୁଖ୍ୟ ବକ୍ତା ଭାବେ ଯୋଗଦାନ କରି ଶିଶୁ ବିକାଶରେ ମାଆର ଭୂମିକା ବିଷୟରେ ମାର୍ଗଦର୍ଶନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ସାହୁ ଅତିଥି ପରିଚୟ ସହ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ସଂପାଦକ ଡ଼ୋଳାମଣୀ ସେଠ ଧନ୍ୟବାଦ ଅର୍ପଣ କରିଥିଲେ । ସହ ସଂପାଦକ ଦିଲ୍ଲିପ କୁମାର ସାହୁ, ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ନରେନ୍ଦ୍ର ପୁରୋହିତ ଉପସ୍ଥିତ ରହି ମାଆମାନଙ୍କୁ ଉତ୍ସାହିତ କରିଥିଲେ । କାର୍ଯ୍ୟକ୍ରମକୁ ଗୌତମ ଭୋଇ ସଂଯୋଜନା କରିଥିବା ବେଳେ ପ୍ରିୟଙ୍କା, ଲିଲିମା ଓ ଚନ୍ଦନା ଗୁରୁମା ଅନ୍ୟ କାଳାଂଶ ଗୁଡ଼ିକ ନେଇଥିଲେ । ବିଦ୍ୟାଳୟର ସମସ୍ତ ଗୁରଜୀ,ଗୁରୁମା ସାହାଯ୍ୟ କରି ସଫଳ କରାଇଥିଲେ ।

Prev Post