csstore

ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତୃତୀୟ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ ପରେ ବିଦ୍ୟାଳୟର ପରିଚାଳନା କମିଟିର ସଭାପତି ସୁମ୍ବିରା ମଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ରୁତୁଙ୍ଗିଆ ଗିରିଜନ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବାଷ ଚନ୍ଦ୍ର ସାମଲ, ମୁଖ୍ୟ ବକ୍ତା ଭାବେ ରୁତୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନିରଞ୍ଜନ ବେହେରା, ସମ୍ମାନିତ ଅତିଥି ଭାବେ ରୁତୁଙ୍ଗିଆ ପଞ୍ଚାୟତର ସମିତି ସଭ୍ୟ ଦାନିଏଲ ପ୍ରଧାନ, କଟ୍ରିକିଆ କ୍ଲଷ୍ଟରର ସିଆର୍‌ସି ସି ସାବତ ପ୍ରଧାନ, କଟ୍ରିକିଆ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ପ୍ରଧାନ, ଅବସର ପ୍ରାପ୍ତ ଶିକ୍ଷକ ସୁରେଶ ଚନ୍ଦ୍ର ଦାସ, ନୂଆସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ସତ୍ୟନାରାୟଣ ତ୍ରିପାଠୀ ପ୍ରମୁଖ ଯୋଗ ଦେଇ ଦୀପଧୂପ ପ୍ରଜ୍ୱଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ ବୋଲି କହିଥିଲେ । ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ । ଶେଷରେ ଶିକ୍ଷକ ସନାତନ ପରିଛା ଧନ୍ୟବାଦ ଅର୍ପଣ କରିଥିଲେ । ପରେ ପରେ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଇଥିଲା । ସମସ୍ତ କାର୍ଯ୍ୟରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ, ପରିଚାଳନା କମିଟି ସଦସ୍ୟ ଓ ଗ୍ରାମବାସୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.