ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବିଦ୍ୟୁତ ବିଭାଗ ପକ୍ଷରୁ ଗଞ୍ଜାମ ବ୍ଲକର ପୁରୁଣାବନ୍ଧ ଗ୍ରାମସ୍ଥିତ ମା’ ଗଙ୍ଗାଦେବୀ ପୀଠ ନିକଟରେ ବିଦ୍ୟୁତ ଖୁଣ୍ଟରେ ଚଢି କାମ କରୁଥିବା ବେଳେ ଜୈନେକ କର୍ମଚାରୀ ଖୁଣ୍ଟରୁ ପଡି ଗୁରୁତର ଆହତ ହୋଇଥିବା ଜଣାପଡିଛି । ଗୁରୁତର କର୍ମଚାରୀ ଜଣଙ୍କ ହେଲେ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଶିବରାମ ରେଡ୍ଡୀ(୩୨) । ତାଙ୍କର ଗୋଡ଼ ଓ କାନ୍ଧରେ ଗଭୀର ଆଘାତ ଲାଗିଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ସେ ବିଦ୍ୟୁତ ପୋଲରେ କାମ କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ତଳକୁ ଖସି ପଡ଼ିଥିଲେ । ତାଙ୍କୁ ଗଞ୍ଜାମ ସହର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ଚିକିତ୍ସା କରାଯାଇଥିଲା ।