ଅଭାବନୀୟ ଘଟଣା : ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ

ଅନୁଗୁଳ : ଅନୁଗୁଳ ଜିଲ୍ଲା ବନ୍ତ ଥାନା ଅନ୍ତର୍ଗତ କନ୍ତମେଘ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ଲାଗି ଯୁବକଙ୍କ ମୃତ୍ୟୁ ହୋଇଛି ବୋଲି ଜଣାପଡିଛି । ମୃତକ ହେଲେ ମୋହନ ରାଜପୁତ । ତେବେ ପିଆଜ ଚାଷ ଜମିରେ ପାଣି ମଡାଇବା ବେଳେ ବିଦ୍ୟୁତ ତାର ଲାଗିଥିଯାଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣା ସଂପର୍କରେ ଜାଣିବା ପରେ ବନ୍ତଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ।

Leave A Reply

Your email address will not be published.