pakka

ଜାତୀୟ ବିଜ୍ଞାନ ଦିବସ ପାଳିତ

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ଆଜି ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ଏଥିରେ ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସିଭି ରମଣଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ କରି ଦୀପ ପ୍ରଜ୍ୱଳନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଦ୍ୱାରା ବିଜ୍ଞାନ ସଙ୍ଗୀତ ପରିବେଷଣ କରାଯାଇଥିଲା । ବିଜ୍ଞାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକ ଦୈନନ୍ଦିନ ଜୀବନରେ ବିଜ୍ଞାନର ଗୁରୁତ ଉପରେ ଆଲୋଚନା କରି ଛାତ୍ରଛାତ୍ରୀଙ୍କୁ ବୈଜ୍ଞାନିକ ମନୋବୃତ୍ତି ଘୋଷଣ କରିବା ପାଇଁ ଆହ୍ବାନ ଦେଇଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବକୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ତ୍ରିଲୋଚନ ନାୟକ ମଞ୍ଚ ପରିଚାଳନା କରିଥିଲେ । ଶିକ୍ଷକ ସୁଦାମ ପାଣ୍ତେ, ଅମିତ କୁମାର ସାହୁ, ଆନନ୍ଦିନୀ ସେଠ, ବବିତା ବେହେରା, ଜଗବନ୍ଧୁ ସ୍ୱାଧୀନ ସହଯୋଗ କରିଥିଲେ । ଶେଷରେ ବବିତା ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

20 + 7 =