pakka

ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା

bbehera

ପଦ୍ମପୁର, (ନିରୋଜ କୁମାର ପାଣୀ) : ରାଜବୋଡାସମ୍ବର ବ୍ଲକ୍ ଅନ୍ତର୍ଗତ ଦିପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜ୍ଞାନ ଶିକ୍ଷୟତ୍ରୀ ସୁଶ୍ରୀ ସେଫାଲି ପାତ୍ରଙ୍କ ସହଯୋଗରେ ୨୨ ଗୋଟି ପ୍ରକଳ୍ପ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଦର୍ଶିତ କରାଯାଇଥିଲା । ପରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ସାହୁ ଆଧୁନିକ ସମାଜରେ ବିଜ୍ଞାନର ଉପାଦେୟତା ଶୀର୍ଷକ ଆଲୋଚନା କରିଥିବା ବେଳେ ଅନ୍ୟ ଶିକ୍ଷକ ମାନେ ଛାତ୍ର ଛାତ୍ରୀ ମାନଙ୍କୁ ବିଜ୍ଞାନ ପ୍ରେମୀ ହେବା ପାଇଁ ଉଦ୍‌ବୋଧନ ଦେଇଥିଲେ । ଶେଷରେ ଶିକ୍ଷକ ତରଣୀ ସେନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ । ଏଥିରେ ବିଦ୍ୟାଳୟର ଶିକ୍ଷକ ଅଶୋକ ସାହୁ, ଗୋପ ସାହୁ, ଆଶିଷ ବିଶି, ରାମପ୍ରସାଦ ସାବତ ଓ ସୁଶାନ୍ତ ଗଡତିଆ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

nineteen + 3 =