ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସତଲମାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ସତଲମାଠାରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠିତ କାର୍ଯ୍ୟକ୍ରମରେ ପରିଚାଳନା ମଣ୍ଡଳୀର ସମ୍ପାଦକ ଦିନେଶ ସାହୁ, ପୂର୍ବତନ ଶିକ୍ଷକ ମକରନ୍ଦ ସାହୁ, ପ୍ରଧାନ ଆଚାର୍ଯ୍ୟ ବିବେକାନନ୍ଦ ପଧାନ ଯୋଗଦାନ କରିଥିଲେ । ବିଦ୍ୟାଳୟର ଶିଶୁମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାରର ମୋଟ ୭୪ଟି ପ୍ରକଳ୍ପ ପ୍ରଦର୍ଶନ କରାଯାଇଥିଲା । ପରିଶେଷରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ପରବର୍ତ୍ତୀ ପର୍ଯ୍ୟାୟ ପାଇଁ ସିଲେକ୍ଟ କରାଯାଇଥିଲା । କାର୍ଯ୍ୟକ୍ରମରେ ଶିଶୁ ମନ୍ଦିରର ସମସ୍ତ ଆଚାର୍ଯ୍ୟ ଓ କର୍ମକର୍ତ୍ତା ଯୋଗଦାନ କରିଥିଲେ ।

Leave A Reply

Your email address will not be published.

ten + twelve =