ଲଙ୍ଗଲକଟା ଉଚ୍ଚପ୍ରାଥମିକ ବିଦ୍ୟାଳୟର ଜାତୀୟ ବିଜ୍ଞାନ ଦିବସ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଲଙ୍ଗଲକଟା ଉଚ୍ଚପ୍ରାଥମିକ ବିଦ୍ୟାଳୟର ଜାତୀୟ ବିଜ୍ଞାନ ଦିବସ ପ୍ରଧାନଶିକ୍ଷକ ସୁଦାମ ଖମାରୀ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବିଜ୍ଞାନ ଶିକ୍ଷକ ଦୀନବନ୍ଧୁ ମେହେର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଶିକ୍ଷୟିତ୍ରୀ ବବିତା ସାହୁ ବିଜ୍ଞାନର ଉପକାରିତା ଓ ସତର୍କତା ବିଷୟରେ ଆଲୋଚନା କରିଥିବାବେଳେ ଶିକ୍ଷୟିତ୍ରୀ ସନ୍ତୋଷିନୀ ସେଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଜ୍ଞାନ କୁଇଜ ଓ ରଚନା ଲିଖନ ପ୍ରତିଯୋଗିତାରେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପ୍ରମାଣପତ୍ର ସହିତ ପୁରସ୍କାର ଦିଆଯାଇଥିଲା । ଶେଷରେ ଶିକ୍ଷକ ଦୀନବନ୍ଧୁ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.