jsm

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ : ଝଲପ ଦଳକୁ ହରାଇ ବଙ୍ଗୋମୁଣ୍ଡା ଦଳ ବିଜୟୀ

csstore

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କପିଲାଭଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଟଙ୍କଧର ବିଶ୍ୱାଳ, ସମ୍ମାନୀୟ ଅତିଥି ଭାବେ କପିଲାଭଟା ପଞ୍ଚାୟତ ନାଏବ ସରପଞ୍ଚ ଝସକେତନ ସାହୁ, ବଙ୍ଗୋମୁଣ୍ଡା ପଞ୍ଚାୟତ ସମିତି ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ଖଗେଶ୍ୱର ବେହେରା, ବଙ୍ଗୋମୁଣ୍ଡା ସିଆର୍‌ସିସି ଜିତାମିତ୍ର ବିଶି ପ୍ରମୁଖ ଅତିଥି ଭାବେ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ । ତୃତୀୟ ଦିବସ ମ୍ୟାଚ୍‌ରେ ଝଲପ ଓ ବଙ୍ଗୋମୁଣ୍ଡା ଦଳ ମଧ୍ୟରେ ଖେଳ ହୋଇଥିଲା । ଏଥିରେ ଝଲପକୁ ୪-୧ ଗୋଲରେ ପରାସ୍ତ କରି ବଙ୍ଗୋମୁଣ୍ଡା ଦଳ ବିଜୟୀ ହୋଇଥିଲା । ରେଫରୀ ନବୀନ ସରାଫ ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ବୈଷ୍ଣବ ତାଣ୍ଡି ଓ ନିତେଶ ମାଝୀ ସହଯୋଗ କରିଥିଲେ । ପରମାନନ୍ଦ ଛତ୍ରିଆ ଓ ଅଭୟ ବାଗ ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟିର ସଂଯୋଜକ ରାହୁଲ ବାଗ, ଉପସଭାପତି ତ୍ରିବିକ୍ରମ ବେହେରା, ସମ୍ପାଦକ ଆଶିଷ ବେହେରା, ସହ ସମ୍ପାଦକ ଗିରିଶ ଅଦା, କୋଷାଧ୍ୟକ୍ଷ ପ୍ରିୟରଞ୍ଜନ ହଂସ, ଉପଦେଷ୍ଟା ଅଶୋକ କୁମାର ବିଶି, ସଦସ୍ୟ ଜିତେନ୍ଦ୍ର ହଂସ, ଅଭିଷେକ ହଂସ, ନିତ୍ୟା ହଂସ, ବିକାଶ ହଂସ, ତରଣୀ ପୁଞ୍ଜି, ସନ୍ତୋଷ ହଂସ ସହ ବହୁ ସଦସ୍ୟମାନେ ସହଯୋଗ କରିଥିଲେ ।

yuvodaya
Leave A Reply

Your email address will not be published.