ସ୍ୱାଧୀନତା ଦିବସରେ ବିଜେତା କାର୍ଯ୍ୟକ୍ରମ ଉଦ୍‌ଘାଟିତ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ୍‌ଠାରେ ଆଜି ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ‘ବିଜେତା’କୁ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାଶ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ଛାତ୍ରଛାତ୍ରୀମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ପାଇଁ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଉଦ୍‌ଘାଟନୀ ଉତ୍ସବରେ ଜିଲ୍ଲାପାଳ ମନୀଷା ବାନାର୍ଜୀ, ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ରଭାନୁ କଚ୍ଛପ, ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

error: Content is protected !!