pakka

ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସ ପାଳିତ

bbehera

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ସ୍ଥିତ ବିଜୁ କଲ୍ୟାଣ ମଣ୍ଡପଠାରେ ବିଜୁ ଜନତା ଦଳର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ରାଜ୍ୟ ସଭା ସାଂସଦ ସୁଜିତ କୁମାର ଓ ନରଲା ବିଧାୟକ ଭୂପିନ୍ଦର ସିଂହ ଯୋଗ ଦେଇଥିଲେ । ଏହି ଅବସରରେ ଯୋଗ ଦେଇ ବିଧାୟକ ଓ ସାଂସଦ ନବୀନ ସରକାରଙ୍କ ଉନ୍ନୟନମୂଳକ କାର୍ୟ୍ୟ ଓ ବିଭିନ୍ନ ଯୋଜନାର ସଫଳ ରୂପାୟନ ଉପରେ ଆଲୋକପାତ କରିଥିଲେ । ତା’ ସହିତ ଗତ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ହୋଇଥିବା ବିକାଶମୂଳକ କାର୍ଯ୍ୟକ୍ରମକୁ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳର ବ୍ଳକ ସଭାପତି ଗୋବିନ୍ଦ ପ୍ରସାଦ ଶତପଥୀ ସଭାପତିତ୍ବ କରିଥିବା ବେଳେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ତଥା ରାଜ୍ୟ ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ପୁଷ୍ପେନ୍ଦ୍ର ସିଂହଦେଓ, ମ.ରାମପୁର ସରପଞ୍ଚ ଚିତ୍ତରଞ୍ଜନ ବାଗ, ପୂର୍ବତନ ଜିଲ୍ଲାପରିଷଦ ଉପାଧ୍ୟକ୍ଷ କିର୍ତ୍ତନ ସାହୁ, ସତ୍ୟ ନାରାୟଣ ସାହୁ, ଜୟ କୁମାର ସିଂହ ଦେଓ, ଶିବ ପ୍ରସାଦ ପଟ୍ଟନାୟକ, ବିକାଶ ରଂଜନ ସିଂ ଦେଓ, ଭଗବାନ ଭୋଇ, ଭବାନୀ ସାହୁ ସମେତ ବିଜୁ ଛାତ୍ର ଜନତା ଦଳ, ବିଜୁ ଯୁବ ଜନତା ଦଳ ଓ ବିଜୁ ଜନତା ଦଳର ବରିଷ୍ଠ ନେତା, କର୍ମକର୍ତ୍ତା ସମେତ ଶତାଧିକ ମହିଳା ପୁରୁଷ ଯୋଗ ଦେଇଥିଲେ ।

Leave A Reply

Your email address will not be published.

three × five =