jayashree

ତୁରେକେଲା ବ୍ଲକ୍ ଠାରେ ଗ୍ରାମ ପଂଚାୟତ ବିକାଶ ପାଣ୍ଠି ଓ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି ତାଲିମ

  • ଅନଟାଏଡ ପାଣ୍ଠିର ୫ % ଆବଶ୍ୟକ ଯତ୍ନ ଓ ସୁରକ୍ଷା ଶିଶୁଙ୍କ ପାଇଁ ପଞ୍ଚାୟତ ଯୋଜନା ପ୍ରସ୍ତୁତି କରି ଖର୍ଚ୍ଚ କରନ୍ତୁ- ପ୍ରମୋଦ ।

ବଲାଙ୍ଗିର, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକର ସମ୍ମିଳନୀ କକ୍ଷଠାରେ ଅରୁଣା, ଆଇସିଡିଏସ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ବଲାଙ୍ଗିରର ଆୟୋଜନ କ୍ରମେ ବ୍ଲକସ୍ତରୀୟ ଟାସ୍କ ଫୋର୍ସ କମିଟି, ବ୍ଲକସ୍ତରୀୟ ଶିଶୁ ସୁରକ୍ଷା କମିଟି ବୈଠକ ଓ ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମାନଙ୍କ ପାଇଁ ପଞ୍ଚାୟତସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଏକ ତାଲିମ ଅନୁଷ୍ଠିତ କରାଯାଇଛି । ଏହି ତାଲିମ କାର୍ଯ୍ୟକ୍ରମରେ ତୁରେକେଲା ବ୍ଲକର ସିଡିପିଓ ବାସନ୍ତୀ ଭୋଇ କହିଲେ ଶିଶୁମାନଙ୍କ ଆବଶ୍ୟକ ଯତ୍ନ ଓ ସୁରକ୍ଷା ଜରୁରୀକାଳୀନ ଭିତ୍ତିରେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିରୁ ଶତକଡା ୫ ପ୍ରତିଶତ ସହ ଅର୍ଥକୁ ସୁନିଶ୍ଚିତ କରିବା ପାଇଁ ସମସ୍ତଙ୍କର ସାହାଯ୍ୟ କାମନା କରିଥିଲେ । ବାଲ୍ୟ ବିବାହ ବନ୍ଦ କରିବା, ବାଲ୍ୟ ବିବାହ ଅଧିକାରୀମାନେ ପଞ୍ଚାୟତ ସ୍ତରରେ ବୋର୍ଡ ଲଗାଇବା, ବେଟି ବଚାଓ ବେଟି ପଢ଼ାଓ ଉପରେ ଜଣାଇଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସାମାଜିକ କର୍ମୀ ଅରୁଣ ଖୁଆସ ସମସ୍ତଙ୍କୁ ସ୍ଵାଗତ ଜଣାଇ କିଶୋର ନ୍ୟାୟ ଆଇନ୍ ଉପରେ ଶିଶୁ ମାନଙ୍କର ଯତ୍ନ ଓ ସୁରକ୍ଷା ଉପରେ ବିଭିନ୍ନ ପ୍ରକାର ଆଇନ୍ ତଥା ବାଲ୍ୟବିବାହ ନିରୋଧ ଆଇନ, ପୋକ୍ସୋ ଆଇନ୍, ଶିଶୁ ଶ୍ରମିକ ନିରୋଧ ଆଇନ, ପି ସି ପି ଏନ୍ ଡି ଟି ଆଇନ୍ ଉପରେ ଜଣାଇଥିଲେ । କାର୍ଯ୍ୟକ୍ରମରେ ଗ୍ରାମ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଗଜାନନ ନାଏକ୍ କହିଲେ ଗ୍ରାମ ପଞ୍ଚାୟତ ମାନଙ୍କରେ ଏହି ବର୍ଷ ଶିଶୁମାନଙ୍କ ପାଇଁ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିରେ ଯୋଜନା ରଖାଯାଇଛି । ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥିତ ଥିବା ଅରୁଣାର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ତାଲିମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ କହିବା ସହ ସରପଞ୍ଚ ଓଇଓ ମାନଙ୍କର ଭୂମିକା, ଦାୟିତ୍ଵ ଉପରେ ଜଣାଇଥିଲେ । ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ଅନୁସାରେ ମିଶନ ବାତ୍ସଲ୍ୟ ମାର୍ଗଦର୍ଶିକା ୨୦୨୨ରେ ଗ୍ରାମ ପଞ୍ଚାୟତ ବିକାଶ ପାଣ୍ଠିର ଅନ୍‌ଟାଏଡ ପାଣ୍ଠିର ୫ % ଥିମ୍ ୩ରେ ବିପଦ ସଙ୍କୁଳ ଅବସ୍ଥାରେ ଥିବା ଶିଶୁ, ଅନାଥ ଶିଶୁ, ଏଚ୍ ଆଇ ଭି ସଂକ୍ରମିତ ଶିଶୁ, ବାଲ୍ୟ ବିବାହ ଚିହ୍ନଟ, ଦାଦନ ଶ୍ରମିକ ଉଦ୍ଧାର ଶିଶୁ, ଶିଶୁ ଶ୍ରମିକ ପିତୃ ଓ ମାତୃହୀନ ଶିଶୁ ମାନଙ୍କୁ ଚିହ୍ନଟ କରି ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷାର ଯୋଜନା ପ୍ରସ୍ତୁତି କରିବାକୁ ଗୋଷ୍ଠୀ ଭିତ୍ତିକ ଯୋଜନା ଓ ବ୍ୟକ୍ତିଗତ ଯୋଜନା ପ୍ରସ୍ତୁତି କରିବା ପାଇଁ ଏକ ତାଲିମ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମରେ ତୁରେକେଲା ଥାନାର ଏସ୍‌ଆଇ ସରୋଜ ରଞ୍ଜନ ରଥ ବାଲ୍ୟ ବିବାହ ଆଇନ ଉପରେ ମତାମତ ଦେଇଥିଲେ । ଚାଇଲ୍ଡ ହେଲ୍ପ ଲାଇନର ସୁଦନ ଖମାରୀ, ଶୁଭମ୍ ଜେନା, ଜିଲ୍ଲା ପ୍ରକଳ୍ପ ସଂଯୋଜକ ସୁବୋଧ ପଧାନ, ମିଶନ ହବ୍‌ର ଜିଲ୍ଲା ସଂଯୋଜକ ସରୋଜ ନାଏକ୍ ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ । ପରିଶେଷରେ ଅରୁଣ ଖୁଆସ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରି ତାଲିମ୍‌କୁ ଶେଷ କରିଥିଲେ ।

Leave A Reply

Your email address will not be published.