ମୁରିବାହାଲ ବ୍ଲକସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶାର ଭବ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକସ୍ତରୀୟ ବିକଶିତ ଗାଁ ବିକଶିତ ଓଡ଼ିଶା କାର୍ଯ୍ୟକ୍ରମ ତଥା ସମୃଦ୍ଧ ଓଡିଶାର ନୂତନ ପରିଭାଷା ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଭବ୍ୟ ସମାରୋହରେ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ଵାରା ଖୋର୍ଦ୍ଧା ଜିଲ୍ଲାର ଜଙ୍କିଆ ପଞ୍ଚାୟତର ଜଙ୍କିଆ ମିନି ଷ୍ଟାଡିୟମରେ ଏହି ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧା ପ୍ରସାରଣ ଏଲଇଡି ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା । ଯୋଜନାକୁ ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଆଗାମୀ ୫ବର୍ଷ ମଧ୍ୟରେ ଗ୍ରାମାଞ୍ଚଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ପାଇଁ ୫ହଜାର କୋଟି ଟଙ୍କା ବ୍ୟୟ ଅଟକଳ ରଖାଯାଇଛି ବୋଲି ପ୍ରକାଶ କରିଥିଲେ । ବିଡ଼ିଓ ବାସନ୍ତୀ ସେଠୀଙ୍କ ସଭାପତିତ୍ୱରେ ତଥା ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମୁଖ୍ୟ ଅତିଥି, ବ୍ଲକ ଅଧକ୍ଷ ହରିବନ୍ଧୁ ମେହେର, ଲୋକସଭା ସାଂସଦ ପ୍ରତିନିଧି ଶ୍ରୀବତ୍ସ ବେହେରା, ବିଧାୟକ ପ୍ରତିନିଧି ଗଙ୍ଗାଧର ହେର୍ଣ୍ଣା, ସିଡିପିଓ ପୂର୍ଣ୍ଣିମା ବୈଠାରୁ, ଅର୍ଥ ଅଧିକାରୀ ଘେନୁରାମ ତାଣ୍ଡି, ଜିପିଡିଓ ଗଙ୍ଗାଧର ଛତର, ଏଇଇ ଅବିନାଶ ମୁଦି ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ପିଇଓ, ଏଡିଇଓ, ସମସ୍ତ ବ୍ଲକ କର୍ମଚାରୀ, ସମସ୍ତ ଓଏଲ୍‌ଏମ୍‌ କର୍ମଚାରୀ ଓ ଶତାଧିକ ମହିଳା ସ୍ଵଂୟ ସହାୟକ ଗୋଷ୍ଠୀ ଉପସ୍ଥିତ ରହି ସମ୍ପୁର୍ଣ୍ଣ ସହଯୋଗ କରିଥିଲେ । ପରେ ବିଭିନ୍ନ ଦଳ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବ୍ଲକ ବିପିଏମ୍ ଡଃ ଗୋପାଳକୃଷ୍ଣ ଦୀପ କାର୍ଯ୍ୟକ୍ରମ ସଂଯୋଜନା ଓ ଧନ୍ୟବାଦ ଦେଇଥିଲେ ।

Leave A Reply

Your email address will not be published.