
ବାଲେଶ୍ୱର, (କେପିଏନ୍ଏସ୍) : ବିଜୁ ଛାତ୍ର ଓ ଯୁବ ଜନତା ଦଳ ପକ୍ଷରୁ ନିଟ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ବିକ୍ଷୋଭ ପ୍ରଦର୍ଶନ ସହିତ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶ ପୁତ୍ତଳିକା ଦାହ କରିଛନ୍ତି । ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟ ଫାଟକ ସମ୍ମୁଖରେ ଜିଲ୍ଲା ଛାତ୍ର ବିଜେଡି ସଭାପତି ହରେକୃଷ୍ଣ ପ୍ରଧାନଙ୍କ ନେତୃତ୍ୱରେ ଶହ ଶହ ଛାତ୍ର ସାମିଲ ହୋଇ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଜ୍ୟୋତିପ୍ରକାଶ ପାଣିଗ୍ରାହି, ଭୋଗରାଇ ବିଧାୟକ ଗୌତମ ବୁଦ୍ଧ ଦାସ, ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର, ପୂର୍ବତନ ବିଧାୟକ ସ୍ୱରୂପ ଦାସ, ଯୁବନେତା ଶୁଭେନ୍ଦୁ ମଙ୍ଗରାଜ, ଟାଉନ ସଭାପତି ମନୋଜ ରାଉତ ପ୍ରମୁଖ ଯୋଗଦେଇ ନିଟ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଘଟଣାରେ ବିଜେପି ସରକାରଙ୍କୁ କଡା ସମାଲୋଚନା କରିଥିଲେ ।