om academy

ପୂର୍ଣ୍ଣା ସ୍କୁଲର ବାର୍ଷିକୋତ୍ସବ : ମାତାପିତାଙ୍କ ଗହଣରେ ସମ୍ବର୍ଦ୍ଧିତ ହେଲେ ବିନିତ

jsm

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ପୂର୍ଣ୍ଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଜାରିଂ କ୍ଲଷ୍ଟରର ସିଆର୍‌ସିସି ରାଜେଶ୍ଵର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ । ପ୍ରଧାନ ଶିକ୍ଷକ ବିନୋଦ କୁମାର ତନ୍ତୀଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଜାରିଂ ସିଆର୍‌ସିସି ଅଭିରାମ ବାରିକ, ସ୍କୁଲ ପରିଚାଳନା କମିଟିର ଚେୟାରମେନ କୃଷ୍ଣ ସାହୁ, ଜାରିଂ ଏମ୍‌ବିକେ ପଙ୍କଜିନୀ ଦନ୍ତା ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ । ପ୍ରିୟାଂଶୀ ଓ ସାଥୀଗଣ ସ୍ୱାଗତ ସଙ୍ଗୀତ ପରିବେଷଣ କରିଥିଲେ । ସ୍କୁଲ ପରିଚାଳନା କମିଟି ପକ୍ଷରୁ ଅତିଥିମାନଙ୍କୁ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା । ଏହି ଅବସରରେ ପୂର୍ବରୁ ଆୟୋଜିତ କ୍ରୀଡା ପ୍ରତିଯୋଗିତାର ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ସେହିପରି ଉକ୍ତ ବିଦ୍ୟାଳୟର ବିନିତ ନାଗ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ କୃତିତ୍ୱ ହାସଲ କରି ସ୍କୁଲର ଗୌରବ ବଢ଼ାଇଥିବାରୁ ତାଙ୍କୁ ମାତା ସତ୍ୟଭାମା ଓ ପିତା ରାଧେଶ୍ୟାମଙ୍କ ଗହଣରେ ଟ୍ରଫି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସହକାରୀ ଶିକ୍ଷୟିତ୍ରୀ ସବିତା ଭୋଇ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ କୃଷ୍ଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ପରେ ଛାତ୍ରଛାତ୍ରୀମାନେ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ ।

Leave A Reply

Your email address will not be published.