ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଚାକିରିରୁ ବହିଷ୍କୃତ ହେଲେ ବରିଷ୍ଠ ଆଇଏଏସ ଅଫିସର ବିନୋଦ କୁମାର

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ ଚାକିରିରୁ ବହିଷ୍କୃତ ହୋଇଛନ୍ତି ବରିଷ୍ଠ ଆଇଏଏସ ଅଫିସର ତଥା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର । ସୂଚନାଯୋଗ୍ୟ ଯେ, ଶ୍ରୀ କୁମାର ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ଥିବା ସମୟରେ ମହାବାତ୍ୟା ପରେ ପରେ ବିଭିନ୍ନ ନକଲି ଫାର୍ମ ତଥା ବ୍ୟକ୍ତିଙ୍କ ପ୍ରତି ଅନୁଚିତ ଅନୁଗ୍ରହ ପ୍ରଦାନ କରି ୩୩ କୋଟି ୩୪ ଲକ୍ଷ ଟଙ୍କା ବେଆଇନ ଭାବେ ମଂଜୁର କରିଥିଲେ । ଯାହା ଦ୍ୱାରା କି ରାଜ୍ୟ ସରକାରଙ୍କର ବିପୁଳ ଆର୍ଥିକ କ୍ଷତି ହୋଇଥିଲା । ସେଥିପାଇଁ ଶ୍ରୀ କୁମାରଙ୍କ ବିରୁଦ୍ଧରେ ଓଡିଶା ସରକାର ୨୭ଟି ଭିଜିଲାନ୍‌ସ କେସ୍‌ ଦାୟର କରିଥିଲେ । ସେଥିମଧ୍ୟରୁ ଦୁଇଟି କେସ୍‌ରେ ଶ୍ରୀ କୁମାର ଦୋଷୀ ସାବସ୍ତ ହୋଇ ଚାକିରିରୁ ବହିଷ୍କୃତ ହୋଇଛନ୍ତି ।

Leave A Reply

Your email address will not be published.