oom

ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧ ଦିବସ ପାଳିତ

jsmm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଅମ୍ଭାଭୋନା ବ୍ଲକ ଅନ୍ତର୍ଗତ କର୍ଲା ଗ୍ରାମଠାରେ ମହାନ୍ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳିତ ହୋଇଯାଇଛି । ପ୍ରତିଭା ପରିପ୍ରକାଶ ସଂସଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗଦେଇ ଭାରତର ସ୍ୱାଧୀନତା ଆନ୍ଦୋଳନର ପ୍ରଥମ ମୁକ୍ତି ଯୋଦ୍ଧା ବୀର ସୁରେନ୍ଦ୍ର ସାଏଙ୍କ ନିଜ ମାତୃଭୂମି ପାଇଁ ବଳିଦାନ ଯୁଗେ ଯୁଗେ ଲୋକେ ମନେ ରଖିବେ । ଏହି ପୂଣ୍ୟତିଥିରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ବୋଲି କହିଥିଲେ । ଅନ୍ୟତମ ଅତିଥି ଭାବେ ନବ ନିର୍ବାଚିତ ଜିଲ୍ଲା ପରିଷଦ ସଭ୍ୟା ନୀଳ କୁମାରୀ ନାଏକ ଏବଂ କବି ତଥା ଶିକ୍ଷାବିତ୍ ମନୋରଞ୍ଜନ ସାହୁ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପ୍ରାରମ୍ଭରେ ଅତିଥି ବୃନ୍ଦ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

jittmm
Leave A Reply

Your email address will not be published.