ବଲାଙ୍ଗିର, (କେପିଏନ୍ଏସ୍) : ଆଜି ସନାତନ ହିନ୍ଦୁ ଜାଗୃତି ମଞ୍ଚ ପକ୍ଷରୁ ଏକ ବିଶାଳ ରାଲିରେ ଆସି ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବଂଗଳାଦେଶରେ ହିନ୍ଦୁ ମାନଙ୍କ ଉପରେ କରାଯାଉଥିବା ଅତ୍ୟାଚାରକୁ ବିରୋଧ କରିବା ସହ ହିନ୍ଦୁଙ୍କ ସୁରକ୍ଷାକୁ ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିବା ବେଳେ ବଲାଙ୍ଗିର ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦେଶର ମହାମହିମ ରାଷ୍ଟ୍ରପତିଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ସନାତନ ହିନ୍ଦୁ ଜାଗୃତି ମଂଚର ବହୁ ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ ।