pakka

ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ବିଶ୍ୱବିଦ୍ୟାଳୟରେ ପରିଣତ ହେଲା ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟ

bbehera

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଜୟପୁରର ପ୍ରସିଦ୍ଧ ଉଚ୍ଚ ଶିକ୍ଷାନୁଷ୍ଠାନ ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀମାନଙ୍କର ବହୁ ଦିନର ଦାବୀ ଆଜି ପୂରଣ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି ।

ବିକ୍ରମଦେବ ମହାବିଦ୍ୟାଳୟ ଅବିଭକ୍ତ କୋରାପୁଟ ଜିଲ୍ଲାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଆସିଛି । ଚଳିତ ବର୍ଷ ଏହି ମହାବିଦ୍ୟାଳୟ ତାର ୭୫ ବର୍ଷ ପୂର୍ତ୍ତି ପାଳନ କରୁଛି । ବିକ୍ରମଦେବ ମହାବିଦ୍ୟାଳୟ ୧୯୪୭ ମସିହାରେ ସ୍ଥାପିତ ହୋଇଥିଲା । ଏହି ମହାବିଦ୍ୟାଳୟରେ ଏବେ ୧୬ଟି Post Graduate programme, 17ଟି Under Graduate programme ସହିତ BBA, BCA ଓ B.ED ପାଠ୍ୟକ୍ରମ ଜାରି ରହିଛି ।

ବର୍ତ୍ତମାନ ଚାରି ହଜାର ଛାତ୍ରଛାତ୍ରୀ ଏଠାରେ ଅଧ୍ୟୟନ କରୁଛନ୍ତି । ଅବିଭକ୍ତ କୋରାପୁଟ ଜିଲ୍ଲାର ସମସ୍ତ କଲେଜ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ହୋଇଛି । ବର୍ତ୍ତମାନ ଏହି ନୂଆ ବିଶ୍ୱବିଦ୍ୟାଳୟ ହେବା ଦ୍ଵାରା କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାର ହାଜର ହଜାର ଛାତ୍ରଛାତ୍ରୀ ଉପକୃତ ହେବେ । ଦକ୍ଷିଣ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ଏହା ଏକ ଜ୍ଞସକ୍ଷରଗ୍ଦଗ୍ଧକ୍ଟଦ୍ଭର ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

Leave A Reply

Your email address will not be published.

20 + one =