ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ପୁରୀ ବାଣ ବିସ୍ଫୋରଣ ଟ୍ରାଜେଡିରେ ବଢ଼ିଲା ମୃତ୍ୟୁସଂଖ୍ୟା । ଚିକିତ୍ସାଧୀନ ଅବସ୍ଥାରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଥିା ସୂଚନା ମିଳିଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳେ ଜଣେ ଆହତ ଆଖି ବୁଜିଥିଲେ । ମୃତକମାନେ ହେଲେ ଖଣ୍ଡିଆବନ୍ଧରର ହେମନ୍ତ ସାହୁ, ନରେନ୍ଦ୍ର କୋଣର ଷଷ୍ଠ ଶ୍ରେଣୀ ଛାତ୍ର ସୌମ୍ୟରଞ୍ଜନସାହୁ ଓ ଅନ୍ୟ ଜଣେହେଲେ ଖଣ୍ଡିଆବନ୍ଧର ୪ ବର୍ଷର ନାବାଳିକା ସମୃଦ୍ଧି ସାହୁ । ଏମାନଙ୍କୁ ମିଶାଇ ବାଣ ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏବେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ୨୪ ଜଣ । ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ରାଶି ଦେବାକୁ ପୁରୀ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍‌ଆର୍‌ସି ।

Leave A Reply

Your email address will not be published.