csstore

ଭବାନୀପାଟଣାଠାରେ ବିଶ୍ଵ ପର୍ଯ୍ୟଟନ ଦିବସ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : ଆଜି ସ୍ଥାନୀୟ ମ୍ୟୁନିସିପାଲ ହାଇସ୍କୁଲଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ପର୍ଯ୍ୟଟନ ଦିବସ ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ତରଫରୁ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ପର୍ଯ୍ୟଟନ ବିଭାଗ ତରଫରୁ କଲେଜ ଓ ହାଇସ୍କୁଲ୍ ସ୍ତରରେ କୁଇଜ୍ ପ୍ରତିଯୋଗୀତା ଆୟୋଜନ ମ୍ୟୁନିସିପାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି କୁଇଜ୍ ପ୍ରତିଯୋଗୀତାରେ ସହରର ସମସ୍ତ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ମନୋନୀତ ଛାତ୍ର ଏବଂ ଛାତ୍ରୀ ଅଂଶଗ୍ରହଣ କରିଥିଲେ । କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କାର ପ୍ରଦାନ କରିଥିଲେ । ଏହି ପୁରସ୍କାର ବିତରଣ ଉତ୍ସବରେ ଜିଲ୍ଲା ସୂଚନା ଏବଂ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀମତୀ ଅର୍ପିତା ବେହେରା, ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ସୁବୋଧ ଛତ୍ରିଆ, ମ୍ୟୁନିସିପାଲ୍ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ଅମରେଶ ଚନ୍ଦ୍ର ନେଗୀ, କୁଇଜ୍ ମାଷ୍ଟର ତଥା ବରିଷ୍ଠ ବିଜ୍ଞାନ ଶିକ୍ଷକ ଶୁଭେନ୍ଦୁ ଶେଖର ବେହେରା ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଥିଲେ । ଅତିଥି ଗଣ ପର୍ଯ୍ୟଟନ ଦିବସ ପାଳନର ଉଦ୍ଦେଶ୍ୟ, ପ୍ରଚାର, ସବୁଜ ନିବେଶ ଓ ଆର୍ଥିକ ଅଭିବୃଦ୍ଧି ଉପରେ ଧାରଣା ଦେଇଥିଲେ ।ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ଅନ୍ୟ କର୍ମଚାରୀମାନେ ଦିବସ ପାଳନରେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.