csstore

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ, (ପିଆଇବି) : ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡକ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତିଫ ଶ୍ରୀ ମୋଦୀ କହିଛନ୍ତି, ଦାରିଦ୍ର୍ୟ ଦୂରୀକରଣ ଏବଂ ସାମାଜିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇ ସାଂସଦ ତଥା ମନ୍ତ୍ରୀ ଭାବେ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଅବଦାନ ଉଲ୍ଲେଖନୀୟ ।
ଶ୍ରୀ ମୋଦୀ ଏକ୍ସରେ ଲେଖିଛନ୍ତି;
‘‘ଡକ୍ଟର ଦେବେନ୍ଦ୍ର ପ୍ରଧାନ ଜୀ ଜଣେ ପରିଶ୍ରମୀ ଏବଂ ନମ୍ର ନେତା ଭାବେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ଓଡ଼ିଶାରେ ବିଜେପିକୁ ମଜବୁତ କରିବା ପାଇଁ ସେ ଅନେକ ପ୍ରୟାସ କରିଥିଲେ । ଦାରିଦ୍ର୍ୟ ଦୂରୀକରଣ ଏବଂ ସାମାଜିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇ ଜଣେ ସାଂସଦ ଏବଂ ମନ୍ତ୍ରୀ ଭାବେ ତାଙ୍କର ଅବଦାନ ମଧ୍ୟ ଉଲ୍ଲେଖନୀୟ । ତାଙ୍କ ବିୟୋଗରେ ମୁଁ ଶୋକାଭିଭୂତ । ମୁଁ ତାଙ୍କର ଶେଷ ଦର୍ଶନ କରିବା ସହିତ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଲି । ଓଁ ଶାନ୍ତି ।”

jayashree
Leave A Reply

Your email address will not be published.