pakka

ବିଶିଷ୍ଟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

bbehera
  • ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ କରାଯିବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଆ ଚଳଚ୍ଚିତ୍ର ଜଗତର ସ୍ୱନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ଝରଣା ଦାସଙ୍କୁ ଜଣେ ଯଶସ୍ୱୀ କଳାକାର ଭାବରେ ବର୍ଣ୍ଣନା କରିଛନ୍ତି । ଆକାଶବାଣୀ ସହିତ ଉଭୟ ମଞ୍ଚ ଓ ଚଳଚ୍ଚିତ୍ରରେ ବିଭିନ୍ନ ଭୂମିକାରେ ତାଙ୍କର ପ୍ରଭାବଶାଳୀ ଅଭିନୟ ତାଙ୍କୁ ବିପୁଳ ଲୋକପ୍ରିୟତା ଆଣି ଦେଇଥିଲା । ଝରଣା ଦାସଙ୍କ ସ୍ଵର ଓ ଚମତ୍କାର ଅଭିନୟ ତାଙ୍କୁ ଜଣେ କିମ୍ବଦନ୍ତୀ ଅଭିନେତ୍ରୀ ଭାବରେ ଅଜସ୍ର ସୁନାମ ଦେଇଥିଲା । ତାଙ୍କର ବିୟୋଗ ଓଡ଼ିଆ ଚଳଚ୍ଚିତ୍ର ତଥା ସାଂସ୍କୃତିକ, ଜଗତରେ ବିରାଟ ଶୂନ୍ୟତା ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି । ସ୍ଵର୍ଗତଃ ଝରଣା ଦାସଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

jay balangir
Leave A Reply

Your email address will not be published.

17 − nine =