om academy

ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

jsm

ଭୁବନେଶ୍ୱର : ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ, ସ୍ୱର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିଥିଲେ । ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ ସାରା ରାଜ୍ୟବାସୀଙ୍କ ପ୍ରିୟ ହୋଇ ପାରିଥିଲେ । ତାଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି । ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.