pakka

ନିଦ୍ୱର୍ନ୍ଦରେ ବାଲିଗୁଡା ବ୍ଲକ ଅଧ୍ୟକ୍ଷା ପଦ ହାସଲ କଲା ବିଜେଡି

bbehera

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପଞ୍ଚାୟତ ସମିତି ଅଧ୍ୟକ୍ଷା ମତଦାନ ସମାପନ ହୋଇଯାଇଛି । ଏନେଇ କନ୍ଧମାଳ ଜିଲ୍ଲା ବାଲିଗୁଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ବାଲିଗୁଡା ବିଜେଡି ବ୍ଲକ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ଅଧ୍ୟକ୍ଷା ପଦ ହାତେଇଥିବା ଜଣାପଡିଛି । ବାଲିଗୁଡା ବ୍ଲକ ବାରଖମା ଗ୍ରାମ ପଞ୍ଚାୟତ ସମିତି ସଭ୍ୟା ମିଶାବତୀ ମଲିକ ବିଜେଡି ପକ୍ଷରୁ ନିର୍ବାଚିତ ହୋଇଥିଲେ । ବାଲିଗୁଡ଼ା ବ୍ଲକ ଅଧ୍ୟକ୍ଷା ମିଶାବତୀ ମଳିକ ବିଜୟୀ ହେବାପରେ ବାଲିଗୁଡ଼ା ବିଜେଡ଼ି ବ୍ଲକ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ଏକ ବିଜୟ ଉତ୍ସବ ପାଳନ କରାଯାଇଛି । ବାଲିଗୁଡ଼ା ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରୁ ବିଜେଡ଼ି କାର୍ଯ୍ୟାଳୟ ପର୍ଯ୍ୟନ୍ତ ବିରାଟ ଶୋଭାଯାତ୍ରା କରାଯାଇଥିଲା । ଏଥିରେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ପୂର୍ବତନ ଏନ୍‌ଏସି ଅଧକ୍ଷ ଲୋକନାଥ ପାଢ଼ୀ, ଶ୍ରୀନିବାସ ପାତ୍ର, ସୁଜିତ ପାଳ, ବିଜେଶ୍ୱର ମଲିକ, ଜିଲ୍ଲା ପରିଷଦ ସଭ୍ୟା ନନ୍ଦିନୀ ମଲିକ, ଆଶିଷ ଦିଗାଲ ଓ ବହୁ ବିଜେଡ଼ି କର୍ମୀ ଉପସ୍ଥିତ ଥିଲେ ।

jay balangir
Leave A Reply

Your email address will not be published.

seventeen − 6 =

error: Content is protected !!