ଏସ୍‌ପି ଅଫିସରେ ବଲାଙ୍ଗିର ବିଜୁ ମହିଳା ଜନତା ଦଳ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଏସ୍‌ପି ଅଫିସରେ ବଲାଙ୍ଗିର ବିଜୁ ମହିଳା ଜନତା ଦଳ । ବିଜେଡ଼ି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ ମହିଳାଙ୍କ ପ୍ରତି ବଢୁଥିବା ହିଂସା ଓ ଅତ୍ୟାଚାର ବିରୁଦ୍ଧରେ, ପୋଲିସ ଡିଜିଙ୍କ ଉଦ୍ଦେଶ୍ୟରେ ବଲାଙ୍ଗିରର ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି ବିଜୁ ମହିଳା ଜନତା ଦଳର ନେତ୍ରୀ ମାନେ । ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ଠାରୁ ବିଜୁ ମହିଳା ଜନତା ଦଳର ଶତାଧିକ ନେତ୍ରୀ ଏକ ରାଲିରେ ବାହାରି ଆରକ୍ଷୀ ଅଧିକ୍ଷକଙ୍କ କାର୍ୟ୍ୟଳୟକୁ ଆସି ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଡିଜିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିଛନ୍ତି । ଏଥିରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ, ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ, ଜ୍ୟୋସ୍ନାମୟୀ ନାଗ, ଶ୍ରୀମତୀ ନିରୁମା ମାଝୀ ପ୍ରମୁଖଙ୍କ ସହ ଶତାଧିକ ନାରୀ ନେତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.