oum

ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱ ପ୍ରତି ଆସ୍ଥା ପ୍ରକଟ କରି ବିଜେଡିରେ ଯୋଗଦାନ

jsm

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱ ପ୍ରତି ଆସ୍ଥା ରଖିବା ସହ ଲୋକ ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ୱଚ୍ଛ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ଦିନକୁ ଦିନ ବିଜେଡି ଦଳରେ ଯୋଗଦାନ ଯୋଗୁଁ କର୍ମୀ ସଂଖ୍ୟା ବଢ଼ିବାରେ ଲାଗିଛି । ସ୍ଥାନୀୟ ବିଜେଡି କାର୍ଯ୍ୟାଳୟରେ ବିଧାୟକ ସରୋଜ କୁମାର ମେହେରଙ୍କ ଉପସ୍ଥିତିରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ତେଣ୍ଡାପଦର ପଞ୍ଚାୟତର ୩୭ ଜଣ ବିଜେପି ଓ କଂଗ୍ରେସ କର୍ମୀ ଦଳ ଛାଡ଼ି ବିଜେଡିରେ ଯୋଗଦାନ କରିଛନ୍ତି । ପରେ ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆଗାମୀ ଦିନର କାର୍ଯ୍ୟପନ୍ଥା ଓ ସଂଗଠନ ବିଷୟରେ ଆଲୋଚନା କରାଯାଇଥିଲା ଏବଂ ନୂତନ ଭାବେ ଯୋଗଦାନ କରିଥିବା ବିଜେଡି କର୍ମୀ ମାନଙ୍କୁ ଉତ୍ସାହିତ କରିଥିବା ସହ ଦଳକୁ ତୃଣମୂଳ ସ୍ତରରେ ମଜଭୁତ କରିବା ପାଇଁ ସମସ୍ତ କର୍ମୀମାନଙ୍କୁ ବିଧାୟକ ଶ୍ରୀ ମେହେର ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.