jsm

ପ୍ରଧାନମନ୍ତ୍ରୀ ଫସଲ ବୀମା ସହାୟତା ପାଇଁ କେନ୍ଦ୍ର କୃଷିମନ୍ତ୍ରୀଙ୍କ ନିକଟରେ ପୁଣିଥରେ ଫେରାଦ ହେଲା ବିଜେପି

csstore

ପଦ୍ମପୁର, (ନିରୋଜ କୁମାର ପାଣୀ) : ପ୍ରଧାନମନ୍ତ୍ରୀ ଫସଲବୀମା ଟଙ୍କା ଯୋଗାଇ ଦେବାରେ ଟାଳଟୁଳ ନୀତି ଗ୍ରହଣ କରୁଥିବା ବେଳେ ଏବଂ ଓଡିଶା ସରକାର ଏ ଦିଗରେ ନିରବତା ଅବଲମ୍ବନ କରୁଥିବା ବେଳେ ଆଜି ପାର୍ଲାମେଣ୍ଟ ଭବନରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପଦ୍ମପୁର ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ, କୁଚିଣ୍ତା ପୂର୍ବତନ ବିଧାୟକ ତଥା ବିଜେପି ରାଜ୍ୟ ସାଧାରଣ ସଂପାଦକ ରବି ନାୟକ, ବରଗଡ ଜିଲ୍ଲା କୃଷକ ମୋର୍ଚ୍ଚା ସାଧାରଣ ସଂପାଦକ ମଦନ ମୋହନ ପଟେଲ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତରେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମରଙ୍କୁ ଭେଟି କୃଷକମାନଙ୍କ ପ୍ରଧାନମନ୍ତ୍ରୀ ଫସଲ ବୀମା ସମସ୍ୟା ଦିଗରେ ଅବଗତ କରାଇଥିଲେ । ବୀମା କମ୍ପାନୀ କିଭଳି ଚଞ୍ଚକତା କରି ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ଯୋଗାଇ ଦେବାରେ ଟାଳଟୁଳ ନୀତି ଅବଲମ୍ବନ କରୁଛି ତାର ଦୃଷ୍ଟି ଆକର୍ଷଣ କରିଥିଲେ । ରାଜ୍ୟ ସରକାର ଚାଷୀମାନଙ୍କ ପକ୍ଷରେ ନ ଥିବାରୁ ତୁରନ୍ତ କେନ୍ଦ୍ର ସରକାର ଏଥିରେ ହସ୍ତକ୍ଷେପ କରିବା ପାଇଁ ମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଥିଲା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଚାଷୀମାନଙ୍କ ସମସ୍ୟାର ତୁରନ୍ତ ସମାଧାନ ସହ ବୀମା ପ୍ରିମିୟମ ଜମା କରିଥିବା ଓଡ଼ିଶାର ସମସ୍ତ ଚାଷୀ ଯେଭଳି ପ୍ରଧାନମନ୍ତ୍ରୀ ଫସଲ ବୀମା ଟଙ୍କା ପାଇବାରୁ ବଞ୍ଚିତ ନ ହେବେ ସେ ଦିଗରେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ତୋମାରଙ୍କୁ ଅନୁରୋଧ କରିଥିଲେ ।

yuvodaya
Leave A Reply

Your email address will not be published.