ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ସୁବର୍ଣ୍ଣପୁର ଏସପି ଅଫିସ ଘେରାଉ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ବହୁ ଚର୍ଚ୍ଚିତ ମମିତା ମେହେରଙ୍କ ହତ୍ୟାରେ ରାଜ୍ୟ ଗୃହମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ତୁରନ୍ତ ବହିଷ୍କାର, ଗିରଫ ଓ ସିବିଆଇ ତଦନ୍ତ ଦାବୀରେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଶହ ଶହ କାର୍ଯ୍ୟକର୍ତ୍ତାଙ୍କ ଦ୍ଵାରା ଆଜି ସୁବର୍ଣ୍ଣପୁର ଏସପି ଅଫିସ ଘେରାଉ କରାଯାଇଛି । ଜିଲ୍ଲା ବିଜେପି ସଭାପତି ପ୍ରମୋଦ ମହାପାତ୍ରଙ୍କ ନେତୃତ୍ୱରେ ଜିଲ୍ଲା ମହିଳା ମୋର୍ଚ୍ଚା, ଯୁବ ମୋର୍ଚ୍ଚାର ଶତାଧିକ କର୍ମୀ ଓ ବରିଷ୍ଠ ନେତୃବର୍ଗ ଏହି ଧାରଣାରେ ସାମିଲ ହୋଇ ରାଜ୍ୟରେ ବଢୁଥିବା ନାରୀ ନିର୍ଯ୍ୟାତନାକୁ ନେଇ ନାରାବାଜି କରିଥିଲେ । ଆସନ୍ତାକାଲି ଏହି ଘଟଣାକୁ ନେଇ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ୧୨ଘଣ୍ଟିଆ ଜିଲ୍ଲାବନ୍ଦ ଡାକରା ଦିଆଯାଇଥିବା ବେଳେ ଆଜି ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବୀପତ୍ର ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥୀଙ୍କୁ ଦେଇଛନ୍ତି ।

Leave A Reply

Your email address will not be published.

six − three =