ପାଇକମାଲ ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ସ୍ତରୀୟ ବିଜ୍ଞାନ ସେମିନାର ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଲ ଠାରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ପାଇକମାଲ ବିଇଓ ଅଦନ ସୁନା ଓ ପ୍ରଧାନ ବ୍ଲକ ବିଜ୍ଞାନ ସଂଚାଳକ ଭାବରେ ସମ୍ମାନିତ ଅତିଥି ଭବାନୀ ଶଙ୍କର ଭୋଇ ଯୋଗ ଦେଇଥିଲେ । ଉକ୍ତ ସେମିନାରରେ ୧୯ ଜଣ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ବିଚାରକ ରୂପେ ଝାରବନ୍ଦ ବ୍ଲକର ବିଜ୍ଞାନ ଶିକ୍ଷକ ଚିତ୍ତରଞ୍ଜନ ସାହୁ ଓ ଧ୍ରୁବ ଚରଣ ସାହୁ ଯୋଗ ଦେଇଥିଲେ । ଚୟନ ହେଇଥିବା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ରିତୁ ସାହୁ ପ୍ରଥମ, ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟର ଭାରତୀ ଦଣ୍ଡସେନା ଦ୍ୱିତୀୟ ଓ ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଲର କ୍ଷିତିଚନ୍ଦ୍ର ମାହାର ତୃତୀୟ ସ୍ଥାନ ଅଧିକାର କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିବା ବେଳେ ପରିଶେଷରେ ନିରୁପମା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.