oom

ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ

jsmm

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ଆଜି ସକାରାତ୍ମକ ପରିବେଶ ସୃଷ୍ଟି ନିମନ୍ତେ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ସକାଶେ ବ୍ଲକସ୍ତରୀୟ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ଶ୍ରୀ ଶ୍ରୀ ଗଣେଶ ଭଗବାନଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଆୟୋଜିତ କାର୍ଯ୍ୟକ୍ରମରେ ବିଆରଟି ଲକ୍ଷ୍ମୀକାନ୍ତ ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବିଇଓ ବୈକୁଣ୍ଠ ନାଥ ଶବର, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ଚମାର ମେହେର ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ପଙ୍କଜ ମେହେର, ବଙ୍ଗୋମୁଣ୍ଡା ବ୍ଲକ ସାମ୍ବାଦିକ ସଂଘର ସମ୍ପାଦକ ହୁଲେଶ୍ୱର ହଂସ, କପିଲାଭଟା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ନେତ୍ରାନନ୍ଦ ପ୍ରଧାନ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ବଙ୍ଗୋମୁଣ୍ଡା ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିରାମ ସତନାମୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ଲକସ୍ତରୀୟ ଖେଳ ଓ ସାଂସ୍କୃତିକ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନର ଆଇଭି ଜୟନ୍ତୀଲାଲ ହଂସ, ବଳଦେବ ରଣା, ମଧୁସୂଦନ ସାହୁ, ଗଜବନ୍ଦ ଛୁରା ପ୍ରମୁଖଙ୍କ ସହ ଶିକ୍ଷକ ଓ କର୍ମଚାରୀମାନେ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.