oom

ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଗୋଡାଲରେ ୩୧ତମ ବାର୍ଷିକ ଉତ୍ସବ ପାଳିତ

jsmm

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୩୧ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କିଶୋର ଚନ୍ଦ୍ର ଯୋଷୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀମତୀ କାର୍ମୀ ଓରାମ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବାବେଳେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯତୀନ୍ଦ୍ର କୁମାର ସେଠ ମୁଖ୍ୟବକ୍ତା, ଜିଲ୍ଲା ଓଷ୍ଟା ସମ୍ପାଦକ ରବୀନ୍ଦ୍ର ନାଥ ଯୋଷୀ, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ସୁନିଲ କୁମାର ସାମଲ, ଗୋଡାଲ ଗ୍ରାମ ପଂଚାୟତ ସରପଞ୍ଚ ମୀନା ଜଗତ, ସମିତି ସଭ୍ୟା ପଙ୍କଜିନୀ ବାଗ, ଗୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଅରୁଣ କୁମାର ଯୋଷୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରମେଶ କୁମାର ପଟେଲ ଅତିଥି ମାନଙ୍କୁ ମଂଚକୁ ଆମନ୍ତ୍ରଣ କରିଥିବାବେଳେ ରୂପ ସିଂ ନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ । ସେହିପରି ମନୋଜ ମଞ୍ଜରୀ ଲେଙ୍କା ପୁରସ୍କାର ବିତରଣ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ପୁର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରଯାଇଥିଲା । ସଭା ପ୍ରାରମ୍ଭରେ ବିଦ୍ୟାଦାତା ଗଣେଶଙ୍କ ଫଟୋ ଚିତ୍ରରେ ପୂଜାର୍ଚ୍ଚନା ପରେ ଛାତ୍ରୀ ମାନଙ୍କ ଦ୍ୱାରା ପ୍ରାରମ୍ଭିକ ସଂଗୀତ ପରିବେଷଣ କରାଯାଇଥିଲା । ବୈଠକ ପରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶୀତ ହୋଇଥିଲା । ଅଖିଳ ଚନ୍ଦ୍ର ପଟେଲ, ବୃନ୍ଦାବନ ଯୋଷୀ ପ୍ରମୁଖ କାର୍ଯ୍ୟରତ ଶିକ୍ଷକ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.