ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

  • ଦାୟିତ୍ୱ ନିର୍ବାହ ସମୟରେ ମୃତ୍ୟୁ କ୍ଷେତ୍ରରେ ସହାୟତା ରାଶିର ପରିମାଣ ୪ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।

ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ୱ ପାଳନ ସମୟରେ କର୍ମଚାରୀମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁଁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

Leave A Reply

Your email address will not be published.

one + two =